ପୂର୍ବତନ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଗୁରୁତର ଅସୁସ୍ଥ
ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଗୁରୁତର ଅସୁସ୍ଥ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି । ଗୁରୁତର କିଡନୀ ରୋଗରେ ପୀଡିତ ହୋଇଥିବା ସୂଚନା । ଏହାସହ ତାଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡିଛି ।
ଗୁରୁତର ଅବସ୍ଥାରେ ସୂର୍ୟ୍ୟ ପାତ୍ରଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ୟ୍ୟ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଛନ୍ତି ।ସୂଚନା ଅନୁଯାୟୀ, ଗତ ୧୪ ଦିନ ହେବ ତାଙ୍କର ଚିକିତ୍ସା ଚାଲିଛି । ଗୁରୁତର କିଡନୀ ରୋଗରେ ପୀଡିତ ଅଛନ୍ତି । ଏଥିସହ ତାଙ୍କ ବାମ ଆଖିରେ ଏକ ବଡ ସଂକ୍ରମଣ ରହିଛି । ବର୍ତ୍ତମାନ ସମୟରେ ସେ କୌଣସି ସରକାରୀ ଦାୟିତ୍ବ ନେବାକୁ ଅସମର୍ଥ ଥିବା ପୁଅ ବିପ୍ଳବ ପାତ୍ର କହିଛନ୍ତି ।
Powered by Froala Editor