ପ୍ରଥମ ମନ୍ତ୍ରୀଭାବେ ଶପଥ ନେଲେ ଜଗନ୍ନାଥ ସାରକା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ କରାଯାଇଛି । ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ନୂଆ ଟିମ ଗଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରୀ ବଦଳାଇଛନ୍ତି ନବୀନ । ଆଉ ଆଜି ରାଜ୍ୟ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେଉଛି । ଏଥିପାଇଁ ଲୋକସେବା ଭବନର କନଭେନସନ୍ ହଲରେ ଭବ୍ୟ ଆୟୋଜନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି ।
ତେବେ ଏହାରି ଭିତରେ ପ୍ରଥମ ମନ୍ତ୍ରୀଭାବେ ଜଗନ୍ନାଥ ସାରକା ଶପଥ ଗ୍ରହଣ କରିଛନ୍ତି । କ୍ୟାବିନେଟ ପାହ୍ୟା ମନ୍ତ୍ରୀଭାବେ ସେ ଶପଥ ଗ୍ରହଣ କରିଛନ୍ତି ।
Powered by Froala Editor