ରାଜ୍ୟରେ ୧୩ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଳାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୩ ଜଣ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୪୫ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor