୨ କୋଟିର ବ୍ରାଉନସୁଗର ଜବତ, ୩ ଗିରଫ
ଭୁବନେଶ୍ଵର : ଧଳା ଜହରର ଚରାଭୂଇଁ ପାଲଟିଛି ରାଜଧାନୀ ଭୁବନେଶ୍ଵର। ଆଜି ପୁଣି ଭୁବନେଶ୍ଵର ଏମ୍ସ ନିକଟରୁ ୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି। ଏହା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ୍।
ସୂଚନାନୁଯାୟୀ, ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ତମାଣ୍ଡୋର ଭାଗିରଥୀ ଭଟ୍ଟ, ଖୋର୍ଦ୍ଧା ବାଲିପାଟଣାର ବିଶ୍ଵଜିତ ନାୟକ, ଖଣ୍ଡଗିରି ଅଞ୍ଚଳର ଚନ୍ଦନ ମଲ୍ଲିକ। ସେମାନଙ୍କ ନିକଟରୁ ୨ କେଜି ୫୮ ଗ୍ରାମ୍ର ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ତେବେ ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କା ହେବ ବୋଲି ସୂଚନା ମିଳିଛି। ୨୦୨୦ରୁ ବର୍ତ୍ତମାନ ସୁଦ୍ଧା ୫୪ କେଜି ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍।
Powered by Froala Editor