Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଅସହାୟ ପ୍ରାଣୀମାନଙ୍କୁ ସେବା ଯୋଗାଇ ଦେବାପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୨ ଜାରୀ

ଅସହାୟ ପ୍ରାଣୀମାନଙ୍କୁ ସେବା ଯୋଗାଇ ଦେବାପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୨ ଜାରୀ

2022-06-07 16:52:16
14527
Share:
Facebook
Twitter
E-Mail
WhatsApp
Telegram
ଅସହାୟ ପ୍ରାଣୀମାନଙ୍କୁ ସେବା ଯୋଗାଇ ଦେବାପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୨ ଜାରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନ୍ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍ପ ଲାଇନ (State Animal Helpline)  ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହୋଇ ସେମାନଙ୍କ ସେବା ଯୋଗାଇଦେବା ଆବଶ୍ୟକ। 


ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ବୁଲା ଓ ଅସହାୟ ପ୍ରାଣୀମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ସହରାଞ୍ଚଳରେ ହେଲ୍‌ପ ଲାଇନ ୟୁନିଟ୍‌ ସହିତ ପ୍ରାଣୀ ଆମ୍ବୁଲାନ୍‌ସ ଓ ପ୍ରାଣୀ ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହିତ ଏଥିପାଇଁ କାମ କରୁଥିବା ଅଣ-ସରକାରୀ ଅନୁଷ୍ଠାନ ଗୁଡିକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍‌ପ ଲାଇନ ଦ୍ବାରା ଏହି ପଶୁ ମାନଙ୍କ ସେବା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ଏବଂ ପ୍ରାଣୀସଂପଦ ବିଭାଗର କର୍ମଚାରୀ ମାନଙ୍କୁ ଏଥିରେ ତୁରନ୍ତ ସେବା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।


ସୂଚନାଯୋଗ୍ୟ ଯେ ବୁଲା ପ୍ରାଣୀ ମାନଙ୍କ ଚିକିତ୍ସା ଓ ସେବା ପାଇଁ ଜାରୀ ହୋଇଥିବା ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍‌ପ ଲାଇନ ୧୯୬୨ ଦିନରାତି ଚବିଶ ଘଣ୍ଟା କାର୍ଯ୍ୟକାରୀ ହେବ। ଏହାଦ୍ବାରା ଜରୁରୀ ସମୟରେ ପ୍ରାଣୀମାନଙ୍କୁ ଚିକିତ୍ସା ସେବା ମିଳିପାରିବ। 


ସେହିପରି ଟେଲି ଭେଟେରିନାରୀ ସେବା ବ୍ୟବସ୍ଥାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମତ୍ସ୍ୟ ଓ ପ୍ରାଣୀସଂପଦ କାର୍ଯ୍ୟକ୍ରମ ଗୁଡିକ ରାଜ୍ୟର ଚାଷୀ ମାନଙ୍କ ରୋଜଗାର ବୃଦ୍ଧି କରିବାରେ ସହାୟକ ହୋଇଛି ଏବଂ ରାଜ୍ୟ ସରକାର ସେମାନଙ୍କ ପ୍ରାଣୀସଂପଦକୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଅନେକ ବ୍ୟବସ୍ଥା କାର୍ଯ୍ୟକାରୀ କରୁଛନ୍ତି। ଟେଲି ଭେଟେରିନାରୀ ସେବା ବ୍ୟବସ୍ଥା ଦ୍ବାରା ଏହି କାର୍ଯ୍ୟକ୍ରମ ଆହୁରି ଦୃଢ ହେବା ସହିତ ପ୍ରାଣୀପାଳକ ମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇପାରିବ । 


ସୂଚନାଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମରେ ଟୋଲ୍‌ ଫ୍ରି ନମ୍ବର ୧୯୬୨ କିମ୍ବା ୧୫୫୩୩୩ ଜରିଆରେ ଫୋନ କରି ତୁରନ୍ତ ସହାୟତା ମିଳିପାରିବ। ରାଜ୍ୟର ୧୧ଟି ସହରରେ ଆନିମଲ୍‌ ଆମ୍ବୁଲାନ୍‌ସ ବ୍ୟବସ୍ଥା ରହିଛି ଏବଂ ସବୁ ବ୍ଲକ୍‌ରେ ପ୍ରାଣୀସେବା କେନ୍ଦ୍ରର ସୁବିଧା ମଧ୍ୟ ରହିଛି ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀସଂପଦ ମ୍ୟାପିଂ ସିଷ୍ଟମ (Fisheries & Animal Resources Mapping System)ର ଶୁଭାରମ୍ଭ ମଧ୍ୟ କରିଛନ୍ତି। ୫-ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ବାରା ରାଜ୍ୟର ସବୁ ପ୍ରାଣୀ ଚାଷ ୟୁନିଟ୍‌ ଗୁଡିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ ଏବଂ ଏହାକୁ WEB-GIS ପ୍ଲାଟଫର୍ମରେ ଦେଖାଯାଇ ପାରିବ। ଏହାଦ୍ବାରା ସ୍ବଚ୍ଛତା ଓ ଉତ୍ତରଦାୟୀତା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


ଏହି ଅବସରରେ BAIF Institute ସହିତ ଏକ ବୂଝାମଣାପତ୍ର ସ୍ବାକ୍ଷର କରାଯାଇଥିଲା । ଏହି ବୁଝାମଣା ଅନୁଯାୟୀ ରାଜ୍ୟରେ ୧୫୦୦ କୃତ୍ରିମ ପ୍ରଜନନ ଟେକ୍‌ନିସିଆନ ନିୟୋଜିତ ହେବେ । ଏହାସହିତ ଗୋପାଳପୁର ଠାରେ ଭେକ୍‌ଟି ଯାଆଁଳ ହାଚେରୀ ପ୍ରତିଷ୍ଠା ପାଇଁ ରାଜୀବ ଗାନ୍ଧୀ ସେଣ୍ଟର ଫର ଆକ୍ବା କଲ୍‌ଚର ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା । ଭେକ୍‌ଟୀ ମାଛର ଚାହିଦା ବହୁତ ଅଧିକ ଥିବାରୁ ଏହା ମାଛଚାଷୀ ମାନଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।


ଏହି କାର୍ଯ୍ୟକ୍ରମରେ ଯୋଗଦେଇ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଭାଗ ପକ୍ଷରୁ ରାଜ୍ୟର ପ୍ରାଣୀସଂପଦର ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଆଜିର କାର୍ଯ୍ୟକ୍ରମ ପ୍ରାଣୀପାଳକ ମାନଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।


ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀ ଆର. ରଘୁପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।


ବୈଠକରେ ମୁଖ୍ୟଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ମିଶନ ଶକ୍ତି କମିଶନର-ତଥା-ସଚିବ ଏବଂ ବିଭିନ୍ନ ଜିଲ୍ଲାରେ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister, Naveen Patnaik, Odisha

Related articles Odisha News Lens 4.1

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14104
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15406
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13820
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14176
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13628
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14363
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15239
    Aug 15, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13958
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15800
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15800
    Aug 13, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14211
    Aug 14, 2026
  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14104
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14592
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14539
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14376
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15955
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16369
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14100
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15239
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15800
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14104
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In