ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ବୁଧବାର ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଦତ୍ତମହାପାତ୍ରମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ସରିଲେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ । ବୁଧବାର ନୀତି ସମୟକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ୟ୍ୟ ହେବ ।
Powered by Froala Editor