ରାଜ୍ୟରେ ୩୧ ପଜିଟିଭି ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୭୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଳାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୧୬ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୭୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor