ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ଅନ୍ତର୍ଗତ ଗୁହାଳଡିହା ଚିଆଁପଦା ଗ୍ରାମ ନିକଟସ୍ଥ ପୋଲ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୁଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଯୁବକଙ୍କ ପରିଚୟ ମିଳିନି । ପୁଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ଆଜି ସକାଳେ ପୋଲ ତଳେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ନିକଟରେ ଏକ ବାଇକ୍ ପଡ଼ିଥିଲା । ଯୁବକ ଜଣଙ୍କ ବାଇକ୍ ସହ ପୋଲ ତଳକୁ ଖସି ପଡ଼ି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ୍ କହିଛି ।
Powered by Froala Editor