ରାଜ୍ୟରେ ୨୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୯୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲ୍ଲାରୁ ୨ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୮୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor