ରାଜ୍ୟରେ ୧୨ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ ଜଣ, କଟକ ଜିଲ୍ଳାରୁ ଜଣେ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୨୪ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor