ଅଜଣା ଗାଡ଼ି ଧକ୍କାରେ ୨ ମୃତ
ରାୟଗଡ଼ା : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ। ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୨ ମୃତ ଯୁବକ ପିଚୁଡି ଓ ଉକାପାଡୁ ଗ୍ରାମର ବୋଲି ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।
ସୂଚନାନୁଯାୟୀ, କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ପିଚୁଡି ଗାଁରେ ଏକ ଅଜଣା ଗାଡ଼ି ୨ ଜଣ ଯୁବକଙ୍କୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ପିଚୁଡି ଓ ଉକାପାଡୁ ଗ୍ରାମର ବୋଲି ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକମାନେ ରାସ୍ତା ଅବରୋଧ କରିଥିଲେ। ତେବେ କୁମ୍ଭିକୋଟା ଫାଣ୍ଡି ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଛି।
Powered by Froala Editor