ରାଜ୍ୟରେ ୩୮ କୋଭିଡ୍ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨ ଜଣ, ପୁରୀ ୩ ଜଣ ଏବଂ ଷ୍ଟେଟ୍ ପୁଲ୍ରୁ ୬ ଜଣ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୧୯ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor