ରାଜ୍ୟରେ ୫୧ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ବଢ଼ିଲା ଦୈନିକ କରୋନା ସଂକ୍ରମଣ। ବଢ଼ିଲା ସଂକ୍ରମିତ ଜିଲ୍ଲା ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୬ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ଜଗତସିଂହପୁର, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ବୌଦ୍ଧ, ଗଞ୍ଜାମ, ଝାରସୁଗୁଡ଼ା,ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂଷ୍ଟେଟ ପୁଲ୍ରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor