ଦେଶରେ ଚିନ୍ତା ବଢାଇଛି କୋରୋନା:ଦିନକରେ ୧୨୮୯୯ ସଂକ୍ରମିତ, ୧୫ ମୃତ
ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢାଇଛି କୋରୋନା । କିଛି ଦିନ ହେଲା ୧୦ ହଜାର ଉପରେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୧୨,୮୯୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି ଗତକାଲି(ଶନିବାର) ତୁଳନାରେ ସାମାନ୍ୟ କମ୍ । ଆଜି ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ହ୍ରାସ ପାଇଛି । ଦିନକରେ ୧୫ ଜଣଙ୍କର ମୁଣ୍ତ ନେଇଛି ମହାମାରୀ ।
ଏହାସହ ୮,୫୧୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ୭୦ ହଜାର ପାର୍ କରିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୨,୪୭୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ଦୈନିକ ପଜିଟିଭ ହାର ୨.୮୯% ରେ ପହଞ୍ଚିଛି ।ଏଯାବତ୍ ୪,୨୬,୯୯,୩୬୩ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୪,୮୫୫ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୩,୨୪,୫୯୧ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor