ରାଜ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨ ଜଣ, କଟକରୁ ୪ ଜଣ, ପୁରୀରୁ ୩ ଜଣ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ, ଲେଖାଁଏ ବାଲେଶ୍ବର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୭୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor