ଦେଶରେ ପୁଣି ୧୨ ହଜାର ଡେଇଁଲା ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି ସଂକ୍ରମଣ । ଗତକାଲି ପଜିଟିଭ ମାମଲା ୧୦ ହଜାର ତଳକୁ ଖସିଥିବା ବେଳେ ଆଜି ପୁଣି ୧୨ ହଜାର ଡେଇଁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୨,୨୪୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ବଢିଥିଲେ ହେଁ ମୃତ୍ୟୁସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଦିନକରେ ୧୩ ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ ୯,୮୬୨ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ୮୦ ହଜାର ଉପରେ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୧,୬୮୭କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ଦୈନିକ ପଜିଟିଭ ହାର ୩.୯୪%ରେ ପହଞ୍ଚିଛି । ଏଯାବତ୍ ୪,୨୭,୨୫,୦୫୫ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୪,୯୦୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୨,୨୮,୨୯୧ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor