ରାଜ୍ୟରେ ୪୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୯୫କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୯୯ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor