ରାଜ୍ୟରେ ୬୮ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଦ୍ରୁତ ବେଗ ବଢ଼ୁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୨୫୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୨୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୬୪୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor