ରାଜ୍ୟରେ ଦ୍ରୁତ ବେଗରେ ବଢ଼ୁଛି କରୋନା, ରାଜ୍ୟରେ ୬୯ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: କରୋନା ଭୂତାଣୁ ଘରକୁ ଘର ଡ଼େଇଁବା ଆରମ୍ଭ କଲାଣି । ରାଜ୍ୟରେ ଦ୍ରୁତ ବେଗ ବଢ଼ୁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୯ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ବିଭିନ୍ନ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ କଟକରୁ ୧୩ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ବାଲେଶ୍ବରରୁ ୫ ଜଣ, ସମ୍ବଲପୁରରୁ ୪ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଜଗତସିଂହପୁର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୬ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୬୯୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor