ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ : ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ସ୍ଥିର କରାଯାଇଛି । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ପାଇଁ ସମୟ ଧାର୍ୟ୍ୟ ହୋଇଛି । ପରେ ସକାଳ ୯ଟାରୁ ସାଢ଼େ ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ । ବିଶେଷ ନୀତି ପାଇଁ ସକାଳ ସାଢ଼େ ୧୦ଟାରୁ ଅପରାହ୍ଣ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ, ସନ୍ଧ୍ୟା ସାଢ଼େ ୬ଟାରୁ ରାତି ୯ଟା ଓ ରାତି ସାଢ଼େ ୧୦ଟାରୁ ସାଢ଼େ ୧୧ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସେହିପରି ଅପରାହ୍ନ ୨ଟା ରୁ ୩ଟା, ସନ୍ଧ୍ୟା ୬ଟାରୁ ସାଢ଼େ ୬ଟା, ରାତ୍ରି ୯ଟାରୁ ସାଢ଼େ ୧୦ଟା ଓ ରାତି ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ।
ବୁଧବାର ନବଯୌବନ ପରେ ଗୁରୁବାର ଉଭାଯାତ୍ରା ସକାଳ ୪ଟାରୁ ସାଢ଼େ ୬ଟା, ମଧ୍ୟାହ୍ଣ ସାଢ଼େ ୧୨ଟାରୁ ଅପରାହ୍ନ ସାଢ଼େ ଗୋଟାଏ ଓ ଅପରାହ୍ଣ ସାଢ଼େ ୩ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ମିଳିପାରିବ । ସେହିପରି ସକାଳ ସାଢ଼େ ୬ଟାରୁ ମଧ୍ୟାହ୍ଣ ସାଢ଼େ ୧୨ଟା ଓ ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ।
ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ସକାଶେ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।
Powered by Froala Editor