ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୫ରେ ବିଜ୍ଞପ୍ତି
ଆସନ୍ତା ଅଗଷ୍ଟ ମାସ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ନ୍ୟୁଜ୍ ଏଜେନ୍ସି ଏଏନ୍ଆଇ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୬ରେ ଭୋଟ ଗ୍ରହଣ ସହ ଗଣତି ହେବ। ସେହିଦିନ ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ।
ସୂଚନାଯୋଗ୍ୟ, ବର୍ତ୍ତମାନ ଦେଶର ଉପରାଷ୍ଟ୍ରପତି ଭାବେ କାର୍ଯ୍ୟ କରୁଥିବା ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ମାସରେ ଶେଷ ହେବ। ତେଣୁ ସେ ଅବସର ନେବା ପୂର୍ବରୁ ହିଁ ନୂଆ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଜୁଲାଇ ୧୯ ବୋଲି କମିଶନ ପକ୍ଷରୁ କୁହାଯାଇଛି।
Powered by Froala Editor