ଚନ୍ଦ୍ରଭାଗା କୂଳରୁ ମହିଳାଙ୍କ ଉଲଗ୍ନ ମୃତଦେହ ଠାବ
କୋଣାର୍କ ଚନ୍ଦ୍ରଭାବା ମେରାଇନ ଥାନା ଆରୁ ୧୦୦ମିଟର ଦୂରରେ ଥିବା ସମୁଦ୍ରକୂଳରୁ ଅଚିହ୍ନା ମହିଳାଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଆଜି ସକାକୁ ମର୍ଣ୍ଣିଂ ୱାର୍କ କରୁଥିବା ବେଳେ ସ୍ଥାନୀୟ ଲୋକେ ମୃତଦେହ ଦେଖିଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଚନ୍ଦ୍ରଭାଗା ସାମୁଦ୍ରିକ ପୋଲିସ ମୃତ ଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଜଣାପଡିନାହିଁ । ସେହିପରି ମୃତ ମହିଳାଙ୍କ ପରିଚୟ ମଧ୍ୟ ମିଳିପାରିନାହିଁ ।
ତେବେ ପୋଲିସ ପ୍ରାଥମିକ ତଦନ୍ତରୁ ମୃତ ମହିଳାଙ୍କ ବୟସ ପ୍ରାୟ ୩୦ରୁ ୩୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ମହିଳା ଜଣଙ୍କ ବିବାହିତା ବୋଲି ସୂଚନା ରହିଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନଥିଲେ ପୋଲିସ ଛାନ୍ଭିନ୍ ଜାରି ରଖିଛି । ତେବେ ମହିଳାଙ୍କୁ ହତ୍ୟା କରାଯାଇଛି ନା କୌଣସି ପ୍ରକାର ଅଘଟଣ ଘଟିଛି । ତାହା ପୋଷ୍ଟମର୍ଟମ ରିପୋର୍ଟ ଓ ପୋଲିସ ତଦନ୍ତର ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟଲୋକ ଆଶା ରଖିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।
Powered by Froala Editor