ଫଟୋ ସାମ୍ବାଦିକଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ
ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଅଶୋକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ଟ୍ୱିଟ୍ କରିଛନ୍ତି ନବୀନ । ତାହା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ସୂଚନା ଥାଉକି ଆଜି ସକାଳ ସାଢେ ୭ଟା ବେଳେ ସେ ରଥଯାତ୍ରା ପାଇଁ ଖବର ସଂଗ୍ରହ କରିବାକୁ ପୁରୀ ଯାଉଥିଲେ । ପୁରୀ ଯିବା ସମୟରେ ସଡ଼କ ଦୁର୍ଘଟଣାରେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଥିଲା । ପୁଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସାକ୍ଷୀଗୋପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସେଠାରୁ ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ତେବେ କ୍ୟାପିଟାଲ ହସପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
Powered by Froala Editor