ବଢୁଛି ସଂକ୍ରମଣ , ରାଜ୍ୟରେ ୨୩୧ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଦ୍ରୁତ ବେଗରେ ବଢ଼ୁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଶନିବାର ପୁଣି ୨୦୦ ଶହ ଟପିଲା ଦୈନିକ ସଂକ୍ରମଣ। ୧୮ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ, କଟକରୁ ୩୫ ଜଣ, ବାଲେଶ୍ବରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୮ ଜଣ, ସୋନପୁରରୁ ୬ ଜଣ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡରୁ ୩ ଜଣ, ଜଗତସିଂହପୁରୁ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୫ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୯୭୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor