୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର ଓଡିଶା ଓ ସଂଲଗ୍ନ ଅଞ୍ଚଳ ରେ ଆନ୍ତା ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୪ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହ ଆସନ୍ତା କାଲି ଓ ୩ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ,ଆସନ୍ତା କାଲି ନୂଆପଡା, ବଲାଙ୍ଗିର , କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା , ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଆଦି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ୩ ତାରିଖ ଦିନ ବରଗଡ, ସୁନ୍ଦରଗଡ, ଝାରସୁଗୁଡା ଓ ନୂଆପଡା ଆଦି ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ହୋଇପାରେ । ୪ ତାରିଖଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଓ ଖୋର୍ଦ୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷିପାରେ । ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ବରଗଡ, ଝାରସୁଗୁଡା, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦୁଝର ଓ ନୂଆପଡା ଆଦି ଜିଲ୍ଲାରେ ୫ ତାରିଖ ଦିନ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି । ଅସନ୍ତା କାଲି ମଧ୍ୟ ରାଜଧାନୀ ଓ ଏହାର ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ । ବର୍ଷାର ସମ୍ଭାବନା ମଧ୍ୟ ରହିଛି ।
Powered by Froala Editor