ଜୁଲାଇ ଶେଷ ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ
ଭୁବନେଶ୍ୱର: ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହୋଇ ମେ ୨୮ରେ ଶେଷ ହୋଇଥିଲା।
ସୂଚନା ମୁତାବକ, ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଧନ୍ଦାମୂଳକ ବିଷୟରେ କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିପାଇଁ ମୋଟ ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରିଚାଳନା ହବ୍ କରାଯାଇଥିଲା। ପରୀକ୍ଷା ପାଇଁ କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ଥିବା ବେଳେ, ମୋବାଇଲ ବାରଣ କରାଯାଇଥିଲା।
ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଶେଷ ପର୍ୟ୍ୟାୟ ପହଞ୍ଚିଥିବା ସୂଚନା ମିଳିଛି। ଖୁବ୍ଶୀଘ୍ର ସିଏଚ୍ଏସ୍ଇ କର୍ତ୍ତୃପକ୍ଷର ଫଳ ପ୍ରକାଶ ପାଇଁ ତାରିଖ ଘୋଷଣା କରିବେ।
Powered by Froala Editor