ଦେଶରେ ୧୩,୦୮୬ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । ଦିନେ କମିଲେ ଦିନେ ବଢୁଛି । କିଛି ଦିନ ହେବ ୧୦ ହଜାର ଉପରେ ରହିଛି ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୩ ହଜାର ୦୮୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ୧୯ ଜଣଙ୍କ ଜୀବନ ନେଇଛି ମହାମାରୀ ।
ମୃତକଙ୍କୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୨୪୨କୁ ବୃଦ୍ଧି ହୋଇଛି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୪ ହଜାର ୪୭୫କୁ ବୃଦ୍ଧି ପାଇଛି । ଆଜି ୧୨ ହଜାର ୪୫୬ ଜଣ ସୁସ୍ଥ ହୋଇଛନ୍ତି । ଏଯାବତ ସୁସ୍ଥ ହେଲେଣି ୪ କୋଟି ୨୮ ଲକ୍ଷ ୯୧ ହଜାର ୯୩୩ ଆକ୍ରାନ୍ତ ।ଦେଶର ଦୈନିକ ପଜିଟିଭ ରେଟ୍ ୨.୯୦%ରେ ପହଞ୍ଚିଛି । ଦେଶବ୍ୟାପୀ ସମୁଦାୟ ୧୯୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।
Powered by Froala Editor