ରାଜ୍ୟରେ କରୋନା ନେଲା ଜଣକ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ପୁଣି ଜଣଙ୍କ ଜୀବନ ନେଇଛନ୍ତି । ଫଳରେ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ଗତ ୨୪ ଘଣ୍ଟା ରାଜ୍ୟରେ ୨୭ଟି ଜିଲ୍ଲାରୁ ୪୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭୮ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୯୩ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୨ ହଜାର ୨୨୪ ବଢ଼ିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୪୨ ହଜାର ୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।