୨୦ହଜାର ଟଙ୍କା ଲାଞ୍ଚ ନେଉଥିଲାବେଳେ ଅତିରିକ୍ତ ଥାନା ଅଧିକାରୀଙ୍କୁ ମାଡିବସିଲା ଭିଜିଲାନ୍ସ
ଗୋଟିଏ ପୁରୁଣା କେସ୍କୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ। ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ବରେ ମାଲକାନଗିରି ଭିଜିଲାନ୍ସ ବିଭାଗ ମିଳିତ ଭାବରେ ଚଢାଉ କରିଥିଲା । ଟଙ୍କା ନେଇ ଦୌଡି ଚାଲି ଯାଉଥିବା ସମୟରେ ରାତି ୧୨ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ । ମାଲକାନଗିରି ଭିଜିଲାନ୍ସ ଡିଏସପି ସୁଶାନ୍ତ କୁମାର ବିଶ୍ଵାଳ ତାଙ୍କୁ ଗୋଡେଇବା ସହ କିଛି ସମୟ ଧସ୍ତା ଧସ୍ତି ପରେ କାବୁ କରିବାରେ ସଫଳ ହୋଇଥିଲା । ଏହି ସମୟରେ ଏହି ଟିମ୍ରେ ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଏକ ଟିମ୍ ସାମିଲ ରହିଥିଲେ ।
Powered by Froala Editor