କାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ
ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ଏଥିରେ ୧୪ ତାରିଖରୁ ୨୮ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇପାରିବନି, ତାହା ୨୯ ତାରିଖର ଗିଲୋଟିନ ଜରିଆରେ ପାରିତ ହେବ । ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି, ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ ।ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ପ୍ରଥମଦିନରେ ୩୯ଟି ବିଭାଗର ଷ୍ଟାଣ୍ଡିଂ କମିଟି ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହେବ ।
ଜୁଲାଇ ୨ରୁ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ଏହା ୬ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।
Powered by Froala Editor