ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନ
ଭୁବନେଶ୍ବର: ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନ । ବୁଧବାର ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ। ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗ ଗୃହରେ ଆଲୋଚନା ହୋଇନପାରିବ ୨୯ ତାରିଖରେ ଗିଲୋଟିନରେ ପାରିତ ହେବ। ୩୦ ତାରିଖରେ ବ୍ୟୟମଞ୍ଜୁରି ବିଲ ପାରିତ ହେବ। ଗୃହ କାର୍ୟ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ଅନୁରୋଧ କରିଛନ୍ତି ବାଚସ୍ପତି। ପ୍ରଥମ ପର୍ୟ୍ୟାୟରେ କେବଳ ଗୋଟେ ଦିନ ପ୍ରଶ୍ନକାଳ ପ୍ରଭାବିତ ହୋଇଥିବା ବେଳେ ଦ୍ୱିତୀୟ ପର୍ୟ୍ୟାୟରେ କିପରି ପ୍ରଶ୍ନକାଳ ଶୃଙ୍ଖଳିତ ହେବ ସେ ନେଇ ପ୍ରୟାସ କରାଯିବ ବୋଲି ବାଚସ୍ପତି କହିଛନ୍ତି ।
ସରକାରୀ ଦଳ ମୁଖ୍ୟ ସଚେତକ କହିଛନ୍ତି ଦ୍ୱିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନର ମୁଖ୍ୟ ପର୍ୟ୍ୟାୟ । ବିଭାଗୱାରୀ ଖର୍ଚ୍ଚଦାବି ଆଲୋଚନା ହେବ । ଯାହା କାର୍ୟ୍ୟକ୍ରମ ଧାର୍ୟ୍ୟ ହୋଇଛି ସେହି ଅନୁସାରେ ସମସ୍ତ କାର୍ୟ୍ୟକ୍ରମ ଚାଲିବ । ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ରହିଛି । ବିରୋଧୀ ଦଳ ମୁଲତବୀ ପ୍ରସ୍ତାବ ଆକାରରେ ଆଣିଲେ ଆଲୋଚନା କରାଯିବ ବୋଲି ସରକାରୀ ମୁଖ୍ୟ ସଚେତକ କହିଛନ୍ତି ।
Powered by Froala Editor