ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ କ୍ରମାଗତ ଭାବେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ପିନ୍ଧିବା ସହ ସଚେତନ ରହିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବା ହେବା ଜରୁରୀ। ଏଥିସହିତ ସାମାଜିକ ଦୂରତା ରକ୍ଷା କରିବାକୁ ନବୀନ ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, କରୋନା ମହାମାରୀ ବିପଦ ଏଯାଏ ଟଳିନାହିଁ । ସଂକ୍ରମଣରୁ ନିଜ ସହିତ ଅନ୍ୟକୁ ସୁରକ୍ଷିତ ରଖିବାକୁ ମାସ୍କ ପିନ୍ଧନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ରାଜ୍ୟରେ ଆଜି କୋଭିଡ୍ ସଂକ୍ରମଣ ମାମଲା ୭୦୦ ଅତିକ୍ରମ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ଲୋକଙ୍କୁ କରୋନା ମହାମାରୀ ପ୍ରତି ସଚେତନ ରହିବା ପାଇଁ ପରାମର୍ଶ ଦେଇଛନ୍ତି ।
Powered by Froala Editor