ରାଜ୍ୟରେ ୮୦୪ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୪୭୧ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୩୩ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୧ ଆକ୍ରାନ୍ତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୬୧୩୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୬ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୦୭ ଜଣ,କଟକରୁ ୧୧୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ, ସମ୍ବଲପୁରରୁ ୩୦ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୨୮ ଜଣ ଲେଖାଁଏ, ନୟାଗଡ଼ରୁ ୧୭ ଜଣ, ଜଗତସିଂହପୁରରୁ ୧୮ ଜଣ, ବାଲେଶ୍ବରରୁ ୧୧ ଜଣ, ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, କଳାହାଣ୍ଡିରୁ ୮ ଜଣ, ବଲାଙ୍ଗୀର, ଗଜପତି ଓ କେନ୍ଦୁଝର ଜିଲ୍ଲାରୁ ୫ ଜଣ ଲେଖାଁଏ, ଅନୁଗୁଳରୁ ୩ ଜଣ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୭୧ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୬୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୬୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୨୬୯୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor