ପ୍ରବଳ ବର୍ଷା:୬ ଜିଲ୍ଲାକୁ ଅରେଞ୍ଜ, ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଲଘୁଚାପ ସକ୍ରିୟ ହେବା ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୧୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୬ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି। ସେସବୁ ଜିଲ୍ଲା ଗୁଡ଼ିକ ହେଲା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସମ୍ବଲପୁର।
ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।
Powered by Froala Editor