ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ କଂଗ୍ରେସ

ଭୁବନେଶ୍ୱର: ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କୁ ଯିବ କଂଗ୍ରେସର ଭୋଟ । ଏନେଇ କଂଗ୍ରେସ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ଅବଗତ କରାଇଛନ୍ତି ପିସିସି ସଭାପତି ।
ଯଶଓ୍ୱନ୍ତ ସିହ୍ନା ହାରନ୍ତୁ କି ଜିତନ୍ତୁ ତାଙ୍କୁ ଭୋଟ ଦେବା ପାଇଁ ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକ ପରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ନିର୍ବାଚନ ଲାଗି ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଓ ବିଧାୟକ ସନ୍ତୋଷ ସିଂ ସାଲୁଜା କଂଗ୍ରେସର ଏଜେଣ୍ଟ ଭାବେ ନିଯୁକ୍ତ କରାଯାଇଛି ବୋଲି ପିସିସି ସଭାପତି କହିଛନ୍ତି।
ସୂଚନା ଥାଉକି ଆସନ୍ତା ୧୮ରେ ଅନୁଷ୍ଠିତ ହେବ ରାଷ୍ଟ୍ରପତି ନିର୍ବାଚନ । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀଙ୍କୁ ବିଜେଡି, ବିଜେପି ସମତେ ଅନ୍ୟ ଦଳ ସମର୍ଥନ ଦେଉଛନ୍ତି । ତେବେ ଯଶଓ୍ୱନ୍ତ ସିହ୍ନାଙ୍କୁ କଂଗ୍ରେସ ସମର୍ଥନ ଦେବେ ବୋଲି ସ୍ପଷ୍ଟ କରିଛି ।
Powered by Froala Editor