ଦେଶରେ ୨୦,୫୨୮ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ପୁଣି କାୟା ମେଲାଉଛି ମହାମାରୀ । କ୍ରମାଗତ ଚତୁର୍ଥ ଦିନରେ ୨୦ ହଜାର ଅତିକ୍ରମ କରିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୫୨୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ବୃଦ୍ଧି ପାଉଛି । ୨୪ ଘଣ୍ଟାରେ ଦେଶରେ ୪୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୭,୭୯୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୪୪୯କୁ ବୃଦ୍ଧି ପାଇଛି । ଏଯାବତ୍ ୪,୩୦,୬୩,୬୫୧ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୫,୭୦୯ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୯.୯୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୫,୫୯,୮୪୦ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor