ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣରେ ୨ ଯବାନ ସହିଦ

ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଏକ ହ୍ୟାଣ୍ଡ ଗ୍ରେନେଡ୍ ହଠାତ ବିସ୍ଫୋରଣ ହେବାରୁ ଦୁଇଜଣ ଯବାନ ସହିଦ ହୋଇଛନ୍ତି । ଦୁଇ ଯବାନଙ୍କ ମଧ୍ୟରେ ଜଣେ ଆର୍ମି କ୍ୟାପଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ରହିଛନ୍ତି । ସେହିପରି ସ୍ଥଳସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ରବିବାର ରାତିରେ ଏହି ଘଟଣା ଘଟିଥିବା ବେଳେ ଆଜି ସକାଳୁ ସେନା ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାନୁସାରେ,, ରବିବାର ରାତିରେ ପୁଞ୍ଚ ଜିଲ୍ଲାର ମେଣ୍ଡାର ଅଞ୍ଚଳରେ କିଛି ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଗ୍ରେନେଡ୍ ବିସ୍ଫୋରଣ ପରେ ତୁରନ୍ତ ଆର୍ମି କ୍ୟାପଟେନ ଏବଂ ନାଇବ-ସୁବେଦାର (ଜେସିଓ) ହେଲିକପ୍ଟର ଯୋଗେ ଉଦ୍ଧାମପୁରକୁ ଏୟାରଲିଫ୍ଟ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ଏବେ ବାକି ୪ ଜଣ ଯବାନଙ୍କ ଚିକିତ୍ସା ଚାଲିଛି। ତେବେ ଗ୍ରେନେଡ୍ ବିଷ୍ଫୋରଣ କେମିତି ହେଲା ସେନେଇ କୌଣସି ତଥ୍ୟ ମିଳିନାହଁ । ଘଟଣା ପରେ ସୀମାରେ ସତର୍କତା ଅବଲମ୍ବନ କରାଯାଇଛି।
Powered by Froala Editor