ହୀରାକୁଦ ଛାଡ଼ିଲା ଏ ବର୍ଷର ପ୍ରଥମ ବନ୍ୟାଜଳ

ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ। ପୂର୍ବାହ୍ନ ୧୧ଟା ବେଳେ ହୀରାକୁଦର ୭ନଂ ଗେଟ୍ ଦେଇ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯାଇଛି । ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଛି।
ହୀରାକୁଦ ଡ୍ୟାମ୍ର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେବା ଯୋଗୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆଜି ପୂର୍ବାହ୍ନ ୧୧ଟାରେ ହୀରାକୁଦ ଜଳଭଣ୍ଡାରରେ ୬୧୩.୧୫ ଫୁଟ ଜଳ ଥିବା ବେଳେ ସର୍ବୋଚ୍ଚ ଜଳଧାରଣ କ୍ଷମତା ରହିଛି ୬୩୦ ଫୁଟ । ଡ୍ୟାମରେ ସେକେଣ୍ଡକୁ ପାଖାପାଖି ୧ ଲକ୍ଷ ୨୦ ହଜାର ୧୫୫ ଘନଫୁଟ ଜଳ ପ୍ରବେଶ କରୁଛି। ୪୫ ହଜାର ୯୦୮ ଘନଫୁଟ ଜଳ ନିଷ୍କାସିତ ହେଉଛି। ତେଣୁ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଆଜି ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ସେକେଣ୍ଡକୁ ପାଖାପାଖି ୧୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେବ ବୋଲି ଜଣାଯାଇଛି। ଗେଟ୍ ଖୋଲାଯିବା ପୂର୍ବରୁ ତଳ ମୁଣ୍ଡରେ ଥିବା ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇଛି ।
Powered by Froala Editor