ଆଜି ଦେଶରେ ୧୫,୫୨୮ ଜଣ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କମୁଛି ସଂକ୍ରମଣ । ଦୁଇ ଦିନ ହେଲା ସଂକ୍ରମଣ ମାମଲା ୨୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୫,୫୨୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ହ୍ରାସ ପାଉଛି । ୨୪ ଘଣ୍ଟାରେ ଦେଶରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୬,୧୧୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ପାର୍ କରିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୬୫୪ କୁ ବୃଦ୍ଧି ପାଇଛି । ଏଯାବତ୍ ୪,୩୧,୧୩, ୬୨୩ କୋରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୫,୭୮୫ ଜଣଙ୍କ ମୃତ୍ୟୁ ଘଟିଛି । ବର୍ତ୍ତମାନ ଦେଶ ୨୦୦ କୋଟି ଟୀକାକରଣ କ୍ଲବରେ ସାମିଲ ହୋଇଛି । ଦେଶବ୍ୟାପୀ ସମୁଦାୟ ୨,୦୦,୩୩,୫୫,୨୫୭ କୋଟି ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୭,୭୮,୦୧୩ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor