ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଅନୁସାରେ ଓଡ଼ିଶା ଉପରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ବଢିବ ବର୍ଷାର ପରିମାଣ | ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ରାଜ୍ୟରେ ବର୍ଷା ବଢ଼ିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କାଲିଠାରୁ ଅର୍ଥାତ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ଜଗତ୍ସିଂହପୁର, ପୁରୀ, ଢେଙ୍କାନାଳ, ଅନୁଗୁଳ, କଟକ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହିତ ରବିବାର ଓ ସୋମବାର ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଆସନ୍ତା ୨୪ ତାରିଖ ପାଇଁ ପଶ୍ଚିମ ଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ । ୨୨, ୨୩ ଓ ୨୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରତରଫରୁ ସତର୍କ ସୂଚନା ଦିଆଯାଇଛି ।
Powered by Froala Editor