ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ
ଭବାନୀପାଟଣା : କଳାହାଣ୍ଡିର ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା।
ଭବାନୀପାଟଣା ଇରିଗେସନ କଲୋନୀ ସ୍ଥିତ ନିଜ ବାସଭବନ ଥିବା ବେଳେ ସେ ଆଜି ଅସୁସ୍ଥ ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ତୁରନ୍ତ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ସେ ଜନ୍ମ ହୋଇଥିଲେ। ସେ ୧୯୯୧ ମସିହାରେ କଂଗ୍ରେସ ଟିକେଟ୍ରେ କଳାହାଣ୍ଡି ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ସୁବାସ ଚନ୍ଦ୍ର ନାୟକ ଗୋଟିଏ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡି ଓ ବିଜେପିରେ ମଧ୍ୟ ଯୋଗ ଦେଇଥିଲେ।
Powered by Froala Editor