ଦେଶରେ ୨୦,୨୭୯ ଜଣ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେବ ଦୈନକ ସଂକ୍ରମଣ ମାମଲା ୨୦ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୨୭୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ୩୬ ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ୧୮,୧୪୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୨,୧୦,୫୨୨କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ଅତିକ୍ରମ କରିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୫୨,୨୦୦କୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୦୩୩ ଜଣ କୋରୋନା ସଂକ୍ରମଣ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୦ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୮,୮୩,୪୮୯ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor