ଦେଶରେ ଦିନକରେ ୧୪,୮୩୦ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦୁଇ ଦିନ ହେଲା କୋରୋନା ସଂକ୍ରମଣ ହ୍ରାସ ପାଉଛିି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୪,୮୩୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ହ୍ରାସ ପାଉଛି । ଦିନକରେ ୩୬ ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ୧୮,୧୫୯ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୨,୪୬,୮୨୯କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୭,୫୧୨କୁ ବୃଦ୍ଧି ପାଇଛି । ଦୈନିକ ପଜିଟିଭ ରେଟ୍ ୩.୪୮% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୧୧୦ ଜଣ କୋରୋନା ସଂକ୍ରମଣ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୦ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୦,୪୨,୪୭୬ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor