ଦେଶରେ ୨୦,୫୫୭ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ତିନି ଦିନ ହେଲା ସଂକ୍ରମଣ କମିବା ପରେ ଆଜି ପୁଣି ୨୦ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୫୫୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୨୧୬ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୨,୮୬,୭୮୭କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୫,୦୨୬କୁ ବୃଦ୍ଧି ପାଇଛି । ଦୈନିକ ପଜିଟିଭ ରେଟ୍ ୫.୧୮% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୨୧୧ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୪୨,୨୦,୬୨୫ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor