ଦେଶରେ ପୁଣି ୨୦,୪୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ପ୍ରତିଦିନ ପଜିଟିଭ ମାମଲା ୨୦ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୪୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୫୪ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୦,୯୫୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୩,୩୦,୪୪୨କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୩୮୪ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ ରେଟ ୫.୦୫% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୩୧୨ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୩,୮୭,୧୭୩ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor