ଦେଶରେ ଦିନକରେ ୧୯,୬୭୩ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । କେଉଁ ଦିନ ସଂକ୍ରମଣ କମୁଛି ତ ପୁଣି କେତେବେଳେ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୯,୬୭୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୩୩୬ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୩,୪୯,୭୭୮କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୬୭୬ରେ ପହଞ୍ଚିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୩୫୭ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୪ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୧,୩୬,୦୨୯ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor