ମାଓବାଦୀ ଆକ୍ରମଣକୁ ମୁଁ ନିନ୍ଦା କରୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଛତିଶଗଡର ବିଜାପୁରରେ ହୋଇଥିବା ମାଓବାଦୀଙ୍କ ଆକ୍ରମଣରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦଙ୍କ ପ୍ରତି ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ଟୁଇଟ୍ କରିଛନ୍ତି। ସେ କହିଛନ୍ତି, ମାଓବାଦୀଙ୍କ ଆକ୍ରମଣକୁ ମୁଁ ନିନ୍ଦା କରୁଛି। ଶହୀଦଙ୍କ ପରିବାର ପ୍ରତି ଗଭୀର ସମବେଦନା ପ୍ରକାଶ କରୁଛି। ଯେଉଁମାନେ ଦେଶ ପାଇଁ ପ୍ରାଣବଳୀ ଦେଇଛନ୍ତି। ଆହତଙ୍କ ଯବାନଙ୍କ ଦୃତ ଆରୋଗ୍ୟ କାମନା କରୁଛି। ’
ପ୍ରକାଶ ଯେ, ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗତକାଲି ସଂଗଠିତ ଗୁଳିବିନିମୟ ଘଟଣାରେ ଆଜି ଏକ ବଡ଼ ଖବର ସାମନାକୁ ଆସିଛି । ଗୁଳିବିନିମୟରେ ମୋଟ ୨୨ ଜଣ ଯବାନ ସହିଦ ହୋଇଥିବା ଜଣାଯାଇଛି । ୨୨ ଯବାନ ସହିଦ ନେଇ ବିଜାପୁର ଏସପି ସୂଚନା ଦେଇଛନ୍ତି । ସୂଚନା ମୁତାବକ, ବିଜାପୁର ତେରମ ଥାନା ଜୋନାଗୁଡା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାମୁହିଁ ହୋଇଥିଲେ । ଆଉ ଏହି ଘଟଣାରେ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଥିବା ବେଳେ ୩୦ଜଣ ଯବାନ ଆହତ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଗତକାଲିର ନକ୍ସଲଙ୍କ ଆମ୍ବୁସ ପରଠାରୁ କିଛି ଯବାନ ନିଖୋଜ ରହିଛନ୍ତି । ସେମାନଙ୍କ ୁଠାବ କରିବାକୁ ବିଜାପୁରରେ ବଡ ଧରଣର ସର୍ଚ ଅପରେସନ୍ ଆରମ୍ଭ ହୋଇଛି । ଛତିଶଗଡରେ ନକ୍ସଲ ବିରୋଧି ଅଭିଯାନ ପାଇଁ ଗତକାଲି ବିଜାପୁର ଏବଂ ସୁକମା ଜିଲ୍ଲାର କେନ୍ଦିୀୟ ପୁଲିସ ବଳ, କୋବ୍ରା ବାଟାଲିଆନ, ଡ଼ିଆରଜି ଏବଂ ଏସଟିଏଫର ମିଳିତ ଟିମ୍ ଚଢଉ କରିଥିଲେ । ଏହି ସମୟରେ ନକ୍ସଲ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରସ୍ଥିତି ସୃଷ୍ଟି ହେବା ସହ ଗୁଳି ବିନିମୟ ହୋଇଥିଲା । ଶେଷ ଖବର ସୁଦ୍ଧା ୨୨ ଯବାନ ସହିଦ ହୋଇଥିବା ସୂଚନା ମିଳିଛି ।