ରାଜ୍ୟରେ ୮୭୦ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୫୬୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୦ ଜଣ, ବରଗଡ଼ରୁ ୩୬, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪୫ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୪୦, କୋରାପୁଟ ଜିଲ୍ଲାରୁ ୬ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୨୧ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ବଲପୁରରୁ ୭୨ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨୨୦ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୬୪୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୦୯୫୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor