ଲଘୁଚାପ ପ୍ରଭାବରେ ଝଡ଼ବର୍ଷା:ପବନର ଘଣ୍ଟା ପ୍ରତି ବେଗ ରହିବ ୪୫ରୁ ୫୫
ଭୁବନେଶ୍ୱର: ଦକ୍ଷିଣରେ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ୬ରୁ ୧୦ ତାରିଖ ଯାଏ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୬ରୁ ୧୦ ତାରିଖ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୭ ଅଗଷ୍ଟରେ ଉତ୍ତର-ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଝଡ଼ବର୍ଷା ସହ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି।
Powered by Froala Editor