ରାଜ୍ୟରେ ୭୩୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୮୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୫୭ ଜଣ, ଖୋର୍ଦ୍ଧାରୁ ୯୬ ଜଣ, ସମ୍ବଲପୁରରୁ ୮୮ ଜଣ, ମୟୂରଭଞ୍ଜରୁ ୫୯ ଜଣ, ବରଗଡ଼ରୁ ୩୭ ଜଣ, କଳାହାଣ୍ଡିରୁ ୩୪ ଜଣ, ରାୟଗଡ଼ାରୁ ୨୮ ଜଣ, କଟକରୁ ୧୮ ଜଣ, ବଲାଙ୍ଗୀରରୁ ୧୭ ଜଣ, କନ୍ଧମାଳରୁ ୧୬ ଜଣ, ଯାଜପୁର ଓ ନୂଆପଡ଼ାରୁ ୧୫ ଜଣ ଲେଖାଁଏ, ନୟାଗଡ଼ାରୁ ୧୩ ଜଣ, ସୋନପୁରରୁ ୧୨ ଜଣ, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଁଏ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଁଏ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୦ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୮୮୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୮୫୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୩୮୨୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor